ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ନୀଳମଣି ରାଉତରାୟଙ୍କ ପ୍ରତିମୂର୍ତ୍ତି ବୁଧବାର ଦିନ ଏଜି ଛକଠାରେ ଉନ୍ମୋଚିତ ହୋଇଛି। ଏହି ପ୍ରତିମୂର୍ତ୍ତିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ନୀଳମଣି ରାଉତରାୟଙ୍କ ୧୪ତମ ଶ୍ରାଦ୍ଧ ଦିବସ ଅବସରରେ ଏହି ପ୍ରତିମୂର୍ତ୍ତି ଉନ୍ମୋଚିତ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ସ୍ୱର୍ଗତ ରାଉତରାୟଙ୍କ ପୁଅ ବିଜୟଶ୍ରୀ ରାଉତରାୟ, ମନ୍ତ୍ରୀ ପ୍ରଫୁଲ ସାମଲ, ଅଶୋକ ଚନ୍ଦ୍ର ପଣ୍ଡା, ମେୟର ଅନନ୍ତ ନାରାୟଣ ଜେନା, ସଂସ୍କୃତି ସଚିବ ମନୋରଞ୍ଜନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ କହିଛନ୍ତି ଯେ ମୋ ବାପା ସ୍ୱର୍ଗତ ନୀଳମଣି ରାଉତରାୟଙ୍କର ୧୪ତମ ଶ୍ରାଦ୍ଧ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏଥିପାଇଁ ମୁଁ ରାଜ୍ୟ ସରକାରଙ୍କର ସଂସ୍କୃତି ବିଭାଗ ଓ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଧନ୍ୟବାଦ ଜଣାଉଛି।

Comment