ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଘନୀଭୂତ ହେଉଛି ଲଘୁଚାପ। ବୁଧବାର ରାତି ସୁଦ୍ଧା ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଘଣ୍ଟାକୁ ୪୫ରୁ ୫୫ କି ମି ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବାତ୍ୟା ହେବାର ଆଶଙ୍କା ନଥିଲେ ହେଁ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି। ଏହି ବର୍ଷା ଆଲୋକର ପର୍ବ ଦୀପାବଳିକୁ ଧୋଇଦେବାର ଆଶଙ୍କା ରହିଛି। ଦକ୍ଷିଣ ଓଡ଼ିଶା ସମେତଉ ପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାରେ ବଜ୍ରପାତର ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।
 

1 COMMENT

LEAVE A REPLY

Please enter your comment!
Please enter your name here