ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଆସନ୍ତା ୧୦ ତାରିଖରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ୧୧ ତାରିଖରେ କିଟ୍‌ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଆଜି କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଛି। ସମୀକ୍ଷା ବୈଠକରେ ପୋଲିସ କମିଶନର ଓ୍ବାଇ ବି ଖୁରାନିଆ ଏହା କହିଛନ୍ତି। ଭେଙ୍କେୟା ନାଇଡୁ ଉପରାଷ୍ଟ୍ରପତି ହେବା ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସୁଛନ୍ତି।

Comment