ଓଡ଼ିଶାଲାଇଭ୍‌ ବ୍ୟୁରୋ

ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା। ବୁଧବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ବର୍ଷା ଆହୁରି ଦୁଇଦିନ ଲାଗି ରହିବ। ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଚିନ୍ତାରେ ପଡ଼ିଛି ଚାଷୀ।

ଲଘୁଚାପର ଲଗାଣ ବର୍ଷାରେ ଭିଜିଛି ଓଡ଼ିଶା। ବୁଧବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ବର୍ଷାରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ଆହୁରି ଦୁଇଦିନ ପ୍ରବଳ ବର୍ଷା ହେବାର ଥିବାରୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା। ଗୋପାଳପୁର ବନ୍ଦରଠାରୁ ୫୬୫ କିମି ଦୂରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଓଡ଼ିଶା ଉପକୂଳକୁ ଧୀରେଧୀରେ ଏହା ମୁହାଁଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଗାଣ ବର୍ଷା ୧୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ଜଣାପଡ଼ିଛି। ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି।

ବର୍ଷାକୁ ଦୃଷ୍ଟିରେ ରଖି ଧାନକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ କୃଷି ବିଭାଗ ତରଫରୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି। ଏପଟେ ଅଧିକାଂଶ ଚାଷୀ ଧାନ ଅମଳ କରିପାରି ନଥିବାରୁ ଚିନ୍ତାରେ ପଡ଼ିଛନ୍ତି।

LEAVE A REPLY

Please enter your comment!
Please enter your name here