ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ହେବାକୁ ଥିବା ୧୨ତମ ଆନ୍ତଃରାଜ୍ୟ କାଉନସିଲ୍‌ ଷ୍ଟାଣ୍ଡିଂ କମିଟି ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ୨୬ରେ ଭୁବନେଶ୍ବର ଫେରିବେ।

ତିନି ଦିନିଆ ନୂଆଦିଲ୍ଲୀ ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ହେବାକୁ ଥିବା ୧୨ତମ ଆନ୍ତଃରାଜ୍ୟ କାଉନସିଲ୍‌ ଷ୍ଟାଣ୍ଡିଂ କମିଟି ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। ନୂଆଦିଲ୍ଲୀର ବିଜ୍ଞାନଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ଅଧ୍ୟକ୍ଷତା କରିବେ।

ଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି, “ମୁଁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଆନ୍ତଃରାଜ୍ୟ କାଉନସିଲ୍‌ ବୈଠକରେ ଯୋଗଦେବି।”

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ବେଦନଶୀଳ ପ୍ରସଙ୍ଗ ଉଠାଇବେ। ରାଜ୍ୟର ସ୍ବାର୍ଥ ସମ୍ପର୍କରେ ଆଲୋଚନା କରିବେ। ଓଡ଼ିଶାରେ ହେଉଥିବା ମାଓବାଦୀ କାର୍ଯ୍ୟକଳାପ, ମହାନଦୀ ଟ୍ରିବ୍ୟୁନାଲ ସମ୍ପର୍କରେ ଆଲୋଚନା କରିବେ। ଏହାସହ ମୁଖ୍ୟମନ୍ତ୍ରୀ ଅନ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବେ।

Comment