ଓଡ଼ିଶାଲାଇଭ୍‌ ବ୍ୟୁରୋ

କୁନ୍ଦୁଲି ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବୁଧବାର କଂଗ୍ରେସ ଓଡ଼ିଶା ବନ୍ଦ କରିବ। ବିଜେପି ମଧ୍ୟ ହରତାଲ୍‌ କରିବ। ଏହି ଦୁଇ ଦଳର ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲ, କଲେଜକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି।

ଏପରିକି ଜରୁରୀ ପରୀକ୍ଷା ଥିଲେ ପରୀକ୍ଷା ଘୁଞ୍ଚାଇବାକୁ ମଧ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଅଖ, ଚକ ବନ୍ଦ ରହିବ। ଅତ୍ୟାବଶ୍ୟକୀୟ ସେବା ଉପରେ ବନ୍ଦର ପ୍ରଭାବ ପଡ଼ିବ ନାହିଁ ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।

କୁନ୍ଦୁଲି ପୀଡ଼ିତାଙ୍କ ଆତ୍ମହତ୍ୟାକୁ ନେଇ ରାଜନୀତି ତେଜିଛି। ସୋମବାରଠାରୁ ରାଜ୍ୟରେ ବିକ୍ଷୋଭ ଓ ପ୍ରତିବାଦ ସଭା କରାଯାଇଛି। ମଙ୍ଗଳବାର ବିଜେପି ପକ୍ଷରୁ ପ୍ରତିବାଦ କରାଯିବା ସହ ମହିଳା କଂଗ୍ରେସ ପକ୍ଷରୁ ମଧ୍ୟ ବିକ୍ଷୋଭ କରାଯାଇଛି।

Comment