ଓଡ଼ିଶାଲାଇଭ୍ ବ୍ୟୁରୋ
ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେବାପରେ ପ୍ରଥମଥର ପାଇଁ ଓଡ଼ିଶା ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି।
ରାଜ୍ୟସଭାକୁ ନିର୍ବାଚିତ ହେବାପରେ ଧର୍ମେନ୍ଦ୍ର ଶୁକ୍ରବାର ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି । ଏଠାରେ ପହଞ୍ଚିବାପରେ ବିଜେପି କର୍ମକର୍ତ୍ତା ତାଙ୍କୁ ବିଶାଳ ବାଇକ ରାଲିରେ ଏୟାରପୋର୍ଟରୁ ପାର୍ଟି ଅଫିସ ପର୍ଯ୍ୟନ୍ତ ପାଛୋଟି ଆଣିଥିଲେ। ପାର୍ଟି ଅଫିସରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା ।
ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ବିପକ୍ଷରେ କେହି ପ୍ରତିଦ୍ୱନ୍ଦ୍ୱୀ ନଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭା ଯାଇଥିବା ରିଟର୍ଣ୍ଣିଂ ଅଫିସର ସୂଚନା ଦେଇଛନ୍ତି । ଓଡ଼ିଶା ବାହାରୁ ଦୁଇ ଦୁଇ ଥର ରାଜ୍ୟସଭାକୁ ନିର୍ବାଚିତ ହେବାରେ ଧର୍ମେନ୍ଦ୍ର ହେଉଛନ୍ତି ପ୍ରଥମ ଓଡ଼ିଆ ।
୨୦୧୨ରେ ଧର୍ମେନ୍ଦ୍ର ବିହାରରୁ ରାଜ୍ୟସଭାକୁ ଯାଇଥିଲେ । ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର କ୍ଷମତାକୁ ଆସିବା ପରେ ଧର୍ମେନ୍ଦ୍ରଙ୍କୁ ଗୁରୁତ୍ୱପୂର୍ଣ୍ଣ ପେଟ୍ରୋଲିୟମ୍ ଏବଂ ନାଚୁରାଲ ଗ୍ୟାସ ମନ୍ତ୍ରାଳୟର ମନ୍ତ୍ରୀ ପଦ ମିଳିଥିଲା ।
ଏପ୍ରିଲ ମାସରେ ଧର୍ମେନ୍ଦ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତାଙ୍କୁ ମଧ୍ୟପ୍ରଦେଶରୁ ପୁଣି ରାଜ୍ୟସଭାକୁ ପଠାଇଛି ବିଜେପି । ଏହି ପରିପ୍ରେକ୍ଷୀରେ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ବିଜେପି ରାଷ୍ଟ୍ରୀୟ ସଭାପତି ଅମିତ ଶାହାଙ୍କୁ କୃତଜ୍ଞତା ଜଣାଇଛନ୍ତି।








ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହେବାପରେ ପ୍ରଥମଥର ପାଇଁ ଓଡ଼ିଶା ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି।








