ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଆଜି ପାଳନ କରିଛି ସ୍ୱତନ୍ତ୍ର ପ୍ରଦେଶ ଗଠନର ୮୨ ବର୍ଷ ପୂର୍ତ୍ତି ଉତ୍ସବ। ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜନ କରାଯାଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ। ଭୁବନେଶ୍ୱର ଉତ୍କଳ ମଣ୍ଡପରେ ଆୟୋଜିତ ରାଜ୍ୟ ସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ବରପୂତ୍ରମାନଙ୍କର ସ୍ମୃତିଚାରଣ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ଟୁଇଟର୍ରେ ପୋଷ୍ଟ କରିଥିଲେ ଯେ ସ୍ୱତନ୍ତ୍ର ପ୍ରଦେଶ ଗଠନର ମନୀଷୀମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱବ୍ୟାପି କରିବା ପାଇଁ ଆମେ ସଙ୍କଳ୍ପବଦ୍ଧ।
ଉତ୍କଳ ମଣ୍ଡପରେ ଆୟୋଜିତ ସମାରୋହରେ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ମନ୍ତ୍ରୀ ପ୍ରତାପ ଜେନା, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସାଂସଦ ପ୍ରସନ୍ନ ପାଟ୍ଟାଶାଣି, ବିଧାୟକ ପ୍ରିୟଦର୍ଶି ମିଶ୍ର, ମେୟ ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶାବାସୀଙ୍କୁ ଟୁଇଟର୍ରେ ଶୁଭେଚ୍ଛା ଜଣାଇଛନ୍ତି।
ଭାରତରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ୧୯୩୬ ଏପ୍ରିଲ ୧ରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିଲା। ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି।


















