ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ରାଜ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିପାଇଁ ୪ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ନୟାଗଡ଼, ଅନୁଗୁଳ, କଟକ ଓ ଖୋର୍ଦ୍ଧା।

କାଳବୈଶାଖୀ ନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଶୁକ୍ରବାର ଦିନ ସନ୍ଧ୍ୟା ଭିତରେ କାଳବୈଶାଖୀ ହେବାର ଆଶଙ୍କା କରାଯାଉଛି। ଏହାସହ ବଜ୍ରପାତ ହେବାର ପୂର୍ବାନୁମାନ କରାଯାଇଛି।

ଏଥିପାଇଁ ୪ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ନୟାଗଡ଼, ଅନୁଗୁଳ, କଟକ ଓ ଖୋର୍ଦ୍ଧା। ଏହି ସମୟରେ ଘଣ୍ଟାପ୍ରତି ୫୦ରୁ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କାଳବୈଶାଖୀ ପ୍ରଭାବରେ ତାପମାତ୍ରା ହ୍ରାସ ପାଇବ ବୋଲି ଆଶଙ୍କା କରାଯାଉଛି। ଗତକାଲି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ଉପକୂଳ ଓଡିଶାରେ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିଛି।

Comment