ଓଡ଼ିଶାଲାଇଭ୍‌ ବ୍ୟୁରୋ

କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗ ରାଜ୍ୟର ୨୬ଟି ଜିଲ୍ଲାକୁ ସତର୍କତା ଜାରି କରିଛି। ଏହିସବୁ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ବର୍ଷାବେଳେ ୫୦ରୁ ୬୦ କିଲୋମଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

ରାଜ୍ୟରେ ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମାଲକାନଗିରି ପାଇଁ ସତର୍କତା ଜାରି କରାଯାଇଛି।

ଏହି ସବୁ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ବର୍ଷାବେଳେ ୫୦ରୁ ୬୦ କିଲୋମଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

ସେପଟେ ସୋମବାରଦିନ ବଜ୍ରାଘାତ ଜଣଙ୍କର ଜୀବନ ନେଇଯାଇଛି। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅନ୍ତର୍ଗତ ଆମ୍ବପଳାସ ଗାଁରେ ବଜ୍ରାଘାତରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତକ ଜଣକ ହେଲେ କନ୍ତୁର ଚାନ୍ଦପୁର ଗାଁର ନରେଶ ଦେହୁରୀ। ଗୁରୁତର ହୋଇପଡ଼ିଥିବା ଅମ୍ରିତ ମହାପାତ୍ରଙ୍କ ଘର ଆମ୍ବପଳାସ ଗାଁରେ। ଦୁଇଜଣ ଯାକ ଗାଁ ନିକଟସ୍ଥ ପୋଖରିକୁ ଗାଧୋଇବାକୁ ଯାଇଥିବାବେଳେ ବଜ୍ରାଘାତ ହୋଇଥିଲା। ଫଳରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସେମାନଙ୍କୁ ପ୍ରଥମେ ପରଜଙ୍ଗ ଓ ପରେ ତାଳଚେର ଡାକ୍ତରଖାନାକୁ ନିଆଯାଇଥିଲା।

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା। ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସୋମବାରଦିନ କାଳବୈଶାଖୀ ବର୍ଷା ହୋଇଛି। ଫଳରେ ଗତ କିଛି ଦିନ ଧରି ପ୍ରବଳ ଓ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି।

Comment