ଓଡ଼ିଶାଲାଇଭ୍‌ ବ୍ୟୁରୋ

ସାଂସଦ ବୈଜୟନ୍ତ ପଣ୍ଡା ସୋମବାରଦିନ ବିଜେଡିରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।

ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ଗତ କିଛିଦିନ ତଳେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଥିଲା।

ସାଂସଦ ବୈଜୟନ୍ତ ପଣ୍ଡା ବିଜେଡିକୁ ସମାଲୋଚନା କରିବା ସହ ସେ ଗତ ପଞ୍ଚାୟତ ନିର୍ବାଚନରେ ଦଳ ବିରୋଧୀ ପ୍ରାର୍ଥୀଙ୍କୁ ସହାୟତା କରିଥିଲେ। ସେ ସବୁବେଳେ ତୃତୀୟ ମହଲାକୁ ଟାର୍ଗେଟ କରୁଥିଲେ। ସାଂସଦ ବୈଜୟନ୍ତଙ୍କ ବିରୋଧରେ ଏହି ସବୁ ଅଭିଯୋଗ ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ନିଲମ୍ବନ କରିଥିଲେ।

 

Comment