ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ଏଥର ଶୀଘ୍ର ଆସୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ୍ ୧୦ ତାରିଖ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶା ଉପକୂଳ ଛୁଇଁବ। ଭାରତୀୟ ପାଣିପାଗ ବିଭାଗ ଏ ସମ୍ପର୍କରେ ପୂର୍ବାନୁମାନ କରିଛି।

୨୪ ଘଣ୍ଟା ଭିତରେ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ। ଚଳିତବର୍ଷ ମୌସୁମୀ ଚାରି ଦିନ ପୂର୍ବରୁ ପହଞ୍ଚିବାକୁ ଯାଉଛି। ୧୪ ତାରିଖରେ ମୌସୁମୀ ବାୟୁ ଆଣ୍ଡାମାନ ନିକୋବର ଦୀପପୁଞ୍ଜରେ ପହଞ୍ଚିଥିଲା। ଏହା ଏବେ କେରଳ ଉପକୂଳ ନିକଟରେ ପହଞ୍ଚିଛି।

ଏପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ପବନ ବହିବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି, “ଜୁନ୍ ୩ ଏବଂ ୪ରେ ପ୍ରାକ ମୌସୁମୀ ବର୍ଷା ହୋଇପାରେ। କେରଳ ଉପକୂଳ ଛୁଇଁବା ପରେ ବର୍ଷାର ପ୍ରକୋପକୁ ଦେଖି ଓଡ଼ିଶାରେ ବର୍ଷାର ସ୍ଥିତି ସମ୍ପର୍କରେ ଆକଳନ କରାଯିବ।”

ଏପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ପବନ ବହିବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here