ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟପାଳ ଗଣେଶୀ ଲାଲ ଉଦବେଗ ପ୍ରକାଶ କରିଛନ୍ତି। କେଉଁ ପରିସ୍ଥିତିରେ ଚାବି ହଜିଲା ତାକୁ ନେଇ ରାଜ୍ୟପାଳ ପ୍ରଶ୍ନ ଉଠାଇଛନ୍ତି। ସତ କ’ଣ ତାହା ସାମ୍ନାକୁ ଆଣିବା ପାଇଁ ରାଜ୍ୟପାଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନ୍ୟାୟିକ ତଦନ୍ତ ଆଦେଶକୁ ରାଜ୍ୟପାଳ ସ୍ୱାଗତ କରିଛନ୍ତି।

ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ଆଦେଶ ଦେଇଛନ୍ତି। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସ କମିଶନର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।

ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ଚାବି ହଜିବାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଭିତର ରତ୍ନଭଣ୍ଡାର ଚାବି ତାଙ୍କ ପାଖରେ ୧୯୬୦ ମସିହାରୁ ରହୁନି କହିବା ପରେ ଘଟଣା ଭିନ୍ନ ମୋଡ଼ ନେଇଛି। ଚାବି ହଜିବାକୁ ନେଇ ବିରୋଧୀ ମଧ୍ୟ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି।

Comment