ଓଡ଼ିଶାଲାଇଭ୍‌ ବ୍ୟୁରୋ

ସ୍ୱାସ୍ଥ୍ୟ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରତାପ ନୋଙ୍କ ମାଆ ସରସ୍ୱତୀ ଜେନାଙ୍କର ଶନିବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି।

ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କ ମାତୃ ବିୟୋଗ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ମାଆ ସରସ୍ୱତୀ ଜେନାଙ୍କର ଶନିବାର ଭୋରରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।

ଗତ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ସେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଥିଲେ। ସରସ୍ୱତୀ ଜେନାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ରାଜନେତା, ବୁଦ୍ଧିଜୀବୀ ଡାକ୍ତରଖାନାରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି।

Comment