ଓଡ଼ିଶାଲାଇଭ୍‌ ବ୍ୟୁରୋ

ତାତିରୁ ମିଳିବ ତ୍ରାହି। ଗତ କିଛିଦିନ ହେବ ରାଜ୍ୟରେ ଲାଗିରହିଥିବା ଅସହ୍ୟ ଗରମରୁ ମିଳିପାରେ ଆଶ୍ଵସ୍ତି। ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାରଦିନ ଅପରାହ୍ନ ୪ଟା ୧୫ ଯାଏ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘୂର୍ଣ୍ଣିଝଡ଼ ହେବା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ।

ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କଟକ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି।

Comment