ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି

ରାଜ୍ୟର ୫ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ବଜ୍ରପାତ ସମ୍ଭାବନା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ୫ଟି ଜିଲ୍ଲା ହେଉଛି- ରାୟଗଡ଼ା, ଗଜପତି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର।

ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତାକାଲିଠୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣି ସକ୍ରିୟ ହେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି।

ସେହିପରି ଉତ୍ତର ଓଡ଼ିଶାରେ ବି ବିଜୁଳି ଓ ଘଡ଼ଘଡ଼ ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comment