ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ବର୍ଷ ପ୍ରଥମ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ତୈଲୋକ୍ୟ ବାରିକ। ତାଙ୍କ ଘର କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ଡିମିରିଆରେ।

ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଗତ ୨୨ ତାରିଖରେ ତୈଲୋକ୍ୟ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ମେଡିସନ ୱାର୍ଡ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

Comment