ଓଡ଼ିଶାଲାଇଭ୍‌ ବ୍ୟୁରୋ

 

ଟ୍ୱିନ୍ ସିଟି ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟବ୍ୟାପୀ ମୌସୁମୀ ବର୍ଷା। ଟ୍ୱିନ୍ ସିଟି ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି।  ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ବାଂଲାଦେଶର ଉପକୂଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୁପ ନେବ।

ଲଘୁଚାପର ରୂପ ନେବା ପରେ ଏହା ଦକ୍ଷିଣପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେବ। ଫଳରେ ଏହା ସମଗ୍ର ରାଜ୍ୟରେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳରୁ ମଧ୍ୟମ ବର୍ଷା ଲାଗି ରହିବ। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।

ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା,ଜଗତସିଂହପୁରରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ,ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ।

ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ଆଶଙ୍କା ଥିବାରୁ ସମୁଦ୍ର ଉପକୂଳରେ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି।

Comment