ଓଡ଼ିଶାଲାଇଭ୍‌ ବ୍ୟୁରୋ

ମହିଳାଙ୍କ ପାଇଁ ଖୁସି ଖବର ଆଣିଛନ୍ତି ରାଜ୍ୟ ସରକାର। ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନଙ୍କୁ ୭ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ସଚିବାଳୟଠାରେ ଆୟୋଜିତ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ଭାଗ ନେବା ଅବସରରେ ମାଲକାନଗିରି ଜିଲା କାଲିମେଳା ବ୍ଲକର ମମତା ପଡ଼ିଆମୀ ନାମକ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କୁ ଏହି ଯୋଜନାରେ ମହିଳାମାନଙ୍କ ଲାଗି ଚିକିତ୍ସା ସହାୟତା ରାଶି ବୃଦ୍ଧି ପାଇଁ ଅନୁରୋଧ କରିଥିଲେ।

ମହିଳାଙ୍କ ଯୁକ୍ତି ମୁଖ୍ୟମନ୍ତ୍ରୀଙ୍କୁ ବେଶ୍ ପ୍ରଭାବିତ କରିଥିଲା। ତେଣୁ ସେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଚଳିତ ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ।

ଆସନ୍ତା ଅଗଷ୍ଟ ୧୫ ତାରିଖରୁ ଏହା କାର୍ଯ୍ୟକାରୀ ହେବ। ଏଥିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ବ୍ୟବସ୍ଥା ରହିଛି। ରାଜ୍ୟର ୭୦ଲକ୍ଷରୁ ଅଧିକ ପରିବାର ଓ ସାଢ଼େ ତିନିକୋଟିରୁ ଅଧିକ ଲୋକ ଏହି ସୁବିଧା ପାଇପାରିବେ।

LEAVE A REPLY

Please enter your comment!
Please enter your name here