ଓଡ଼ିଶାଲାଇଭ୍ ବ୍ୟୁରୋ
କେନ୍ଦ୍ର ସରକାର ଓଡ଼ିଶା କ୍ଷେତ୍ରରେ ଆଉ ଗୋଟିଏ ବଡ଼ ନିଷ୍ପତ୍ତି ଆଜି ନେଇଛନ୍ତି। ଓଡ଼ିଶାର ଚଣ୍ଡିଖୋଲ ଏବଂ କର୍ଣ୍ଣାଟକର ପାଦୁରଠାରେ ଅତିରିକ୍ତ ୬୦୫ ନିୟୁତ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଭୂତଳ ତୈଳ ଭଣ୍ଡାର ନିର୍ମାଣ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ସଂକ୍ରାନ୍ତିୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଚଣ୍ଡିଖୋଲଠାରେ ହେବାକୁ ଥିବା ଏହି ୪ ନିୟୁତ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ତୈଳ ଭଣ୍ଡାର ମାଧ୍ୟମରେ ୧୦ ଦିନ ପର୍ଯ୍ୟନ୍ତ ଦେଶର ଇନ୍ଧନ ଆବଶ୍ୟକତା ପୂରଣ କରାଯାଇପାରିବ। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଏବଂ ପରୋକ୍ଷରେ ବହୁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ରାଜ୍ୟ ବିଜେପି ସ୍ୱାଗତ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃତଜ୍ଞତା ଜ୍ଞାପନ କରିଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଦେଇଛି।


















