ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ପବିତ୍ର ଘୋଷଯାତ୍ରା। ରତ୍ନସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି କାଳିଆ ଠାକୁର। ସେଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତ ଉତ୍କଣ୍ଠାରେ ଚାହିଁ ରହିଛନ୍ତି।

ତିନି ରଥ ଉପରେ ଶ୍ରୀ ବିଗ୍ରହମାନଙ୍କ ପହଣ୍ଡି ବିଜେ ହୋଇ ରଥାରୂଢ ହେବାପରେ ମୁଖ୍ୟ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ ଲାଗି ଏବଂ ଛେରା ପହଁରା ପାଇଁ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ସିଂହଙ୍କୁ ରଥକୁ ପାଛୋଟି ଆଣିଛନ୍ତି ସେବାୟତ।

ପ୍ରଥମେ ସୁଦର୍ଶନଙ୍କୁ ପହଣ୍ଡିକରି ଦେବୀଦଳନ ରଥକୁ ଅଣାଯାଇଥିଲା। ପରେ ସୁଭଦ୍ରାଙ୍କୁ ଦେବଦଳନ, ତାଳଧ୍ଵଜ ରଥରେ ବଳଭଦ୍ର ଓ ଜଗନ୍ନାଥଙ୍କୁ ଧାଡି ପହଣ୍ଡିରେ ଅଣାଯାଇ ନନ୍ଦିଘୋଷ ରଥରେ ରଥାରୂଢ କରାଇଛନ୍ତି ସେବକମାନେ।

ଏହାପରେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ ରଥ ପରିକ୍ରମା କରିଛନ୍ତି। ନିଜ ସହଯୋଗୀମାନଙ୍କ ସହ ତିନିରଥକୁ ବୁଲି ଆଶୀର୍ବାଦ ଭିକ୍ଷା କରିଛନ୍ତି ଶଙ୍କରାଚାର୍ଯ୍ୟ।

ଆଜି ସକାଳୁ ଶ୍ରୀମନ୍ଦିରର ଯଥାରୀତି ନୀତି ସମ୍ପନ୍ନ ହୋଇଛି। ସକାଳର ପ୍ରଥମ ନୀତି ପରେ ରଥ ପ୍ରତିଷ୍ଠା କରାଯାଇଥିଲା।

ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବା ପାଇଁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି।

ଶ୍ରୀକ୍ଷେତ୍ର ପୁରୀରୁ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧା ପ୍ରସାରଣ ଓଡ଼ିଶାଲାଇଭ୍‌ ଡିଜିଟାଲ ପୋର୍ଟାଲ (www.odisha.live), ୟୁଟ୍ୟୁବ ଚ୍ୟାନେଲ (www.youtube.com/odishalive) ଏବଂ ଫେସବୁକ୍ ପେଜ୍ (www.facebook.com/odishalive) ମାଧ୍ୟମରେ ଆପଣମାନଙ୍କ ପାଖରେ ପହଞ୍ଚୁଛି।

Comment