ଓଡ଼ିଶାଲାଇଭ୍‌ ବ୍ୟୁରୋ

ତିନିଠାକୁରଙ୍କ ରଥାରୁଢ ପରେ ଆରମ୍ଭ ହୋଇଛି ଗଜପତି ମହାରାଜଙ୍କ ଛେରାପହଁରା ସେବା। ପ୍ରଥମେ ଗଜପତି ମହାରାଜ ବଳଭଦ୍ରଙ୍କ ରଥରେ ଛେରା ପହଁରା କରିସାରିବା ପରେ ମହାପ୍ରଭୁ ଜଗନ୍ନାଥଙ୍କ ରଥରେ ଛେରାପହଁରା କରିଛନ୍ତି। ଏହାପରେ ବଳଭଦ୍ର ରଥକୁ ଯାଇ ଛେରାପହଁରା କରିଛନ୍ତି ଗଜପତି ମହାରାଜ।

ବର୍ତ୍ତମାନ ତିନି ରଥରେ ଘୋଡ଼ା ଯୋଖା କାର୍ଯ୍ୟ ଚାଲିଛି।

ବିଶ୍ଵ ପ୍ରସିଦ୍ଧ ରଥଯାତ୍ରାର ଆଜି ସବୁଠାରୁ ବଡ଼ ପର୍ବ ଶ୍ରୀଗୁଣ୍ଡିଚା ଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ଶ୍ରୀବଳଦେବ, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଏବଂ ସୁଦର୍ଶନ ତିନୋଟି ସୁସଜ୍ଜିତ ରଥରେ ଯିବେ ଗୁଣ୍ଡିଚା ଘର।

ସକାଳୁ ରଥ ପ୍ରତିଷ୍ଠା, ମଙ୍ଗଳାର୍ପଣ ନୀତି ସମାପନ ହେବାପରେ  ପହଣ୍ଡି ଆରମ୍ଭ ହୋଇଥିଲା ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି କାର୍ଯ୍ୟ ଶେଷ ହୋଇଛି।

ପ୍ରଥମେ ସୁଦର୍ଶନଙ୍କୁ ପହଣ୍ଡିକରି ଦେବୀଦଳନ ରଥକୁ ଅଣାଯାଇଥିଲା। ପରେ ସୁଭଦ୍ରାଙ୍କୁ ଦେବଦଳନ, ତାଳଧ୍ଵଜ ରଥରେ ବଳଭଦ୍ର ଓ ଜଗନ୍ନାଥଙ୍କୁ ଧାଡି ପହଣ୍ଡିରେ ଅଣାଯାଇ ନନ୍ଦିଘୋଷ ରଥରେ ରଥାରୂଢ କରାଇଛନ୍ତି ସେବକମାନେ।

ଏହାପରେ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ ରଥ ପରିକ୍ରମା କରିଛନ୍ତି। ନିଜ ସହଯୋଗୀମାନଙ୍କ ସହ ତିନିରଥକୁ ବୁଲି ଆଶୀର୍ବାଦ ଭିକ୍ଷା କରିଛନ୍ତି ଶଙ୍କରାଚାର୍ଯ୍ୟ।

ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବା ପାଇଁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି।

ଶ୍ରୀକ୍ଷେତ୍ର ପୁରୀରୁ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧା ପ୍ରସାରଣ ଓଡ଼ିଶାଲାଇଭ୍‌ ଡିଜିଟାଲ ପୋର୍ଟାଲ (www.odisha.live), ୟୁଟ୍ୟୁବ ଚ୍ୟାନେଲ (www.youtube.com/odishalive) ଏବଂ ଫେସବୁକ୍ ପେଜ୍ (www.facebook.com/odishalive) ମାଧ୍ୟମରେ ଆପଣମାନଙ୍କ ପାଖରେ ପହଞ୍ଚୁଛି।

Comment