ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ୭୨ ଘଣ୍ଟା ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୨୪ ଘଣ୍ଟା ଧରି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେହିପରି ନୟାଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନଗୁଳ, ରାୟଗଡ଼ା, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧର କିଛି ସ୍ଥାନରେ ଅତି ପବ୍ରଳ ବର୍ଷା ସମ୍ଭାବନା ରହିଛି।

ଆଜି ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜଧାନୀରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଠପ୍ ହୋଇଯାଇଥିଲା। ମୁଖ୍ୟ ରାସ୍ତାରେ ପାଣି ଜମି ରହିଥିଲା। ବିଶେଷକରି ସିଆର୍‌ପି, ଇସ୍କନ ମନ୍ଦିର ସମ୍ମୁଖ, ଆଚାର୍ଯ୍ୟବିହାର ଆଦି ସ୍ଥାନରେ ପାଣି ଜମି ରହିଥିଲା।

Comment