ଓଡ଼ିଶାଲାଇଭ୍‌ ବ୍ୟୁରୋ

ରତ୍ନସିଂହାସନରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନଅଦିନ ପର୍ଯ୍ୟନ୍ତ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଛନ୍ତି କାଳିଆ ଠାକୁର। ଏଥିପାଇଁ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇପଡ଼ିଛି।

ଘଣ୍ଟ ଓ ହୁଳାହୁଳିରେ ପ୍ରକମ୍ପିତ ହୋଇପଡ଼ୁଛି ବଡଦାଣ୍ଡ। ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବା ପାଇଁ ବଡ଼ଦାଣ୍ଡରେ ଅପେକ୍ଷା କରି ରହିଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ରାଜନେତା। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରଥଯାତ୍ରା ଦେଖିବା ପାଇଁ ପୁରୀରେ ପହଞ୍ଚିଛନ୍ତି। ମହାମହିମ ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଦର୍ଶନ ପାଇଁ ପହଞ୍ଚିଛନ୍ତି। ସେହିପରି କେନ୍ଦ୍ର ଗ୍ୟାସ ଓ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟରେ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି।

ରଥଯାତ୍ରାର ସିଧାପ୍ରସାରଣ ଲକ୍ଷଲକ୍ଷ ଦର୍ଶକ ଟେଲିଭଜନ ଚ୍ୟାନେଲ ଏବଂ ଡିଜିଟାଲ ମିଡିଆ ମାଧ୍ୟମରେ ଦେଖୁଛନ୍ତି।

ଶ୍ରୀକ୍ଷେତ୍ର ପୁରୀରୁ ଶ୍ରୀଗୁଣ୍ଡିଚା ଯାତ୍ରାର ସିଧା ପ୍ରସାରଣ ଓଡ଼ିଶାଲାଇଭ୍‌ ଡିଜିଟାଲ ପୋର୍ଟାଲ (www.odisha.live), ୟୁଟ୍ୟୁବ ଚ୍ୟାନେଲ (www.youtube.com/odishalive) ଏବଂ ଫେସବୁକ୍ ପେଜ୍ (www.facebook.com/odishalive) ମାଧ୍ୟମରେ ଆପଣମାନଙ୍କ ପାଖରେ ପହଞ୍ଚୁଛି।

Comment