ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।


ନିଜ ଟୁଇଟରେ ମୋଦି କହିଛନ୍ତି,“ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ଦେଶ ଅଗ୍ରଗତି କରିବା ସହ ସମସ୍ତେ ଖୁସିରେ ରୁହନ୍ତୁ।”

ମୋଦି ୧ ମିନିଟ୍ ୨୬ ସେକେଣ୍ଡର ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି। ଏଥିରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାତ୍ମ୍ୟ ସଂପର୍କରେ ମୋଦି କହିଛନ୍ତି। ଭିଡିଓରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାର ଦୃଶ୍ୟ ମଧ୍ୟ ରହିଛି।


ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କ ଶୁଭକାମନା ଜଣାଇଛନ୍ତି।

ସେ ନିଜ ଟୁଇଟରେ କହିଛନ୍ତି, “ପ୍ରଭୁ ଜଗନ୍ନାଥଙ୍କ ଅପାର କୃପାରୁ ରାଜ୍ୟର ପ୍ରଗତି ଓ ସମସ୍ତଙ୍କ ସୁଖ, ସମୃଦ୍ଧି କାମନା କରୁଛି।”

Comment