ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ବର୍ଷା ପରିମାଣ ବଢ଼ିବ। ସାରା ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେଉଥିବାରୁ ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ୧୪ଟି ଜିଲ୍ଳାରେ ପ୍ରବଳ ଓ ୨ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ବର୍ଷା ପରିମାଣ ବଢ଼ିବ। ସାରା ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଉପକୂଳବର୍ତ୍ତୀ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଗଞ୍ଜାମ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ତାହାକୁ ଦୃଷ୍ଟିରେ ରଖି ୨୧ ତାରିଖରେ ଓଡ଼ିଶା ପାଇଁ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

ଜୁଲାଇ ୨୨ ରାତି ଯାଏ ଲଘୁଚାପର ପ୍ରଭାବ ଓଡ଼ିଶା ଉପକୂଳରେ ରହିବ। ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହୋଇପାରେ। ତେଣୁ ମତ୍ସ୍ୟଜୀବୀମାନେ ଏହି ସମୟ ମଧ୍ୟରେ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Comment