ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ।

ପାଣିରେ ଉବୁଟୁବୁ ସାରା ଓଡିଶା। ବର୍ଷା ପାଇଁ ଜନଜୀବନ ଠପ୍ ହୋଇଯାଇଥିବା ବେଳେ ଆଗାମୀ ୪୮ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ରୂପ ନେଇଛି। ଯାହାର ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ।

ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି ମଧ୍ୟ କରାଯାଇଛି।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା-ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ।

LEAVE A REPLY

Please enter your comment!
Please enter your name here