ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଆଜି ୧୧ଟି ଜିଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଗକୁ ଆହୁରି ବର୍ଷିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୧୧ ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରି ଦିଆଯାଇଛି।  ୧୧ଟି ଜିଲ୍ଲା ମଧ୍ୟରେ ରହିଛି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା। ଝଡତୋଫାନ ଓ ବଜ୍ରପାତର ସମ୍ଭାବନା ରହିଥିବାର ଆଶଙ୍କାକୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।

Comment