ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିର ଛାଡି ବାହୁଡ଼ିବେ ଶ୍ରୀଜିଉ। ଚତୁର୍ଦ୍ଧା ମୂର୍ତି ଧାଡ଼ି ପହଣ୍ଡିରେ ତିନି ରଥକୁ ବିଜେ କରିଛନ୍ତି। ପ୍ରଥମେ ଶ୍ରୀସୁଦର୍ଶନ ଏବଂ ପରେ ବଡ଼ଠାକୁର ବଳଭଦ୍ର, ମା ସୁଭଦ୍ରା ଓ ଶ୍ରୀଜଗନ୍ନାଥ ରଥ ଉପରେ ବିଜେ କରିଛନ୍ତି।

ଗଜପତି ମହାରାଜ ତିନି ରଥରେ ଛେରାପହଁରା ନୀତି ସମ୍ପନ୍ନ କରିବେ। ଧାର୍ଯ୍ୟ ନୀତି ନିର୍ଘଣ୍ଟ ଅନୁଯାୟୀ ଦ୍ୱାରପାଳ ପୂଜା ପରେ ବେଶଶେଷ, ଗୋପାଳ ବଲ୍ଲଭ ଓ ସକାଳ ଧୂପ ଶେଷ ହୋଇଥିଲା। ଏହାପରେ ଆରମ୍ଭ ହୋଇଥିଲା ପହଣ୍ଡି। ପ୍ରଥମେ ସୁଦର୍ଶନଙ୍କୁ ପହଣ୍ଡିରେ ନିଆଯାଇଥିଲା।

ଏହାପରେ ବଡଭାଇ ବଳଦେବ ପହଣ୍ଡିରେ ଆଡ଼ପ ମଣ୍ଡପରୁ ଝୁଲିଝୁଲି ରଥକୁ ଆସିଥିଲେ। ତାଙ୍କ ପଛକୁ ଭଉଣୀ ସୁଭଦ୍ରାଙ୍କ ପହଣ୍ଡିରେ ନିଆଯାଇଛି। ଶେଷରେ କାଳିଆସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା।

ବର୍ଷା ସତ୍ତ୍ୱେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଯେଉଁ ଶ୍ରଦ୍ଧାଳୁମାନେ ପୁରୀ ଆସି ନଥିବେ ସେମାନଙ୍କ ପାଖରେ ବାହୁଡ଼ାଯାତ୍ରାର ସିଧାପ୍ରସାରଣ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ସୋସିଆଲ ଚ୍ୟାନେଲ ମାଧ୍ୟମରେ ପହଞ୍ଚିପାରିଛି।

ସକାଳ ୭ଟା ୩୦ରୁ ଓଡ଼ିଶାଲାଇଭ୍‌ର ନ୍ୟୁଜ୍‍ ପୋର୍ଟାଲ (www.odisha.live) ସହିତ ଫେସବୁକ ପେଜ୍‍ (www.facebook.com/odishalive) ଏବଂ ୟୁଟ୍ୟୁବ୍‍ ଚ୍ୟାନେଲରେ (www.youtube.com/odishalive) ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାହୁଡ଼ାଯାତ୍ରାର ସିଧାପ୍ରସାରଣ ଆରମ୍ଭ ହୋଇଛି।

ଦେଶବିଦେଶର ଦର୍ଶକମାନେ କମ୍ପ୍ୟୁଟର, ଲାପଟପ, ଟ୍ୟାବ୍‍ ଏବଂ ମୋବାଇଲ ଫୋନ ମାଧ୍ୟମରେ ଏହି ସିଧାପ୍ରସାରଣ କାର୍ଯ୍ୟକ୍ରମ ଦେଖିପାରିବେ। ଓଡ଼ିଶା ତଥା ବାହାରର ଦର୍ଶକମାନଙ୍କ ସୁବିଧା ପାଇଁ ନ୍ୟୁଜ୍‍ ପୋର୍ଟାଲ (www.odisha.live) ସହିତ ଫେସବୁକ ପେଜ୍‍ (www.facebook.com/odishalive) ଏବଂ ୟୁଟ୍ୟୁବ୍‍ ଚ୍ୟାନେଲରେ (www.youtube.com/odishalive) ଏହି ସିଧାପ୍ରସାରଣର କରାଯାଉଛି।

Comment