ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରା ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ରଥାରୂଢ଼ ତିନି ଠାକୁରଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ସୋମବାର (୨୩ ଜୁଲାଇ) ଦିନ ହରିଶୟନ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ସୁନାବେଶ କରାଯିବ। ମହଣ ମହଣ ସୁନା ଗହଣା ପିନ୍ଧି ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶକୁ ଦେଶ ବିଦେଶର ଦର୍ଶକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ସୋସିଆଲ ଚ୍ୟାନେଲରେ ସିଧାପ୍ରସାରଣ କରାଯିବ।

ସୋମବାର ଅପରାହ୍‌ଣ ୨ଟା ୩୦ରୁ  ଓଡ଼ିଶାଲାଇଭ୍‌ର ନ୍ୟୁଜ୍‍ ପୋର୍ଟାଲ (www.odisha.live) ସହିତ ଫେସବୁକ ପେଜ୍‍ (www.facebook.com/odishalive) ଏବଂ ୟୁଟ୍ୟୁବ୍‍ ଚ୍ୟାନେଲରେ (www.youtube.com/odishalive) ଚତୁର୍ଦ୍ଧା ମୂର୍ତ୍ତିଙ୍କର ସୁନାବେଶର ସିଧାପ୍ରସାରଣ ଆରମ୍ଭ ହେବ।

ଦେଶବିଦେଶର ଦର୍ଶକମାନେ କମ୍ପ୍ୟୁଟର, ଲାପଟପ, ଟ୍ୟାବ୍‍ ଏବଂ ମୋବାଇଲ ଫୋନ ମାଧ୍ୟମରେ ସୁନାବେଶର ସିଧାପ୍ରସାରଣ କାର୍ଯ୍ୟକ୍ରମ ଦେଖିପାରିବେ। ଓଡ଼ିଶା ତଥା ବାହାରର ଦର୍ଶକମାନଙ୍କ ସୁବିଧା ପାଇଁ ନ୍ୟୁଜ୍‍ ପୋର୍ଟାଲ (www.odisha.live) ସହିତ ଫେସବୁକ ପେଜ୍‍ (www.facebook.com/odishalive) ଏବଂ ୟୁଟ୍ୟୁବ୍‍ ଚ୍ୟାନେଲରେ (www.youtube.com/odishalive) ଏହି ସିଧାପ୍ରସାରଣର ଆୟୋଜନ କରାଯିବ।

ସେହିପରି ଅଧରନୀତି ବା ଅଧରପଣାର ଲାଇଭ୍‍ ପ୍ରସାରଣ ୨୪ ଜୁଲାଇ ମଙ୍ଗଳବାର ସନ୍ଧ୍ୟା ୫ଟାରୁ ହେବ। ଚଳିତ ରଥଯାତ୍ରାର ଶେଷ ପର୍ଯ୍ୟାୟରେ ନିଳାଦ୍ରୀବିଜେ ଅବସରରେ ମହାପ୍ରଭୁ ଶ୍ରୀମନ୍ଦିରକୁ ଫେରିଯାଇ ରତ୍ନ ସିଂହାସନରେ ବସିବେ। ଜୁଲାଇ ୨୫ ତାରିଖ ବୁଧବାର ଦିନ ଦେଶବିଦେଶରେ ଦର୍ଶକମାନେ ଓଡ଼ିଶାଲାଇଭ୍‌ ନ୍ୟୁଜ୍‍ ପୋର୍ଟାଲ ଓ ସୋସିଆଲ ଚ୍ୟାନେଲ ମାଧ୍ୟମରେ ପୁରୀରୁ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିପାରିବେ।

ଶ୍ରୀଗୁଣ୍ଡିଚା ଅବସରରେ ଚଳିତବର୍ଷ ୧୦ ଲକ୍ଷରୁ ଅଧିକ ଦର୍ଶକ ଓଡ଼ିଶାଲାଇଭର ବିଭିନ୍ନ ଚ୍ୟାନେଲ ମାଧ୍ୟମରେ ଶ୍ରୀକ୍ଷେତ୍ରରୁ ରଥଯାତ୍ରାର ସିଧାପ୍ରସାରଣ ଦେଖିଥିଲେ। ଏହା ଓଡ଼ିଶାର ଅଗ୍ରଣୀ ଡିଜିଟାଲ ମିଡିଆ ଓଡ଼ିଶାଲାଇଭକୁ ଏକ ନୂଆ ଉଚ୍ଚତାକୁ ନେଇପାରିଛି।

Comment