ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ଏବେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଏହାକୁ ନେଇ ଅଙ୍କେୋ ଆରମ୍ଭ ହୋଇଯାଇଛି।

ଏହି ପ୍ରସଙ୍ଗରେ ମଙ୍ଗଳବାରଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏନ୍‌ଡିଏ ସହଯୋଗୀ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଙ୍ଗଳବାର ଦିନ ଆଲୋଚନା କରିଛନ୍ତି।

ଏନ୍‌ଡିଏ ପକ୍ଷରୁ ଜେଡିୟୁ ସାଂସଦ ହରିବଂଶ ନାରାୟଣ ପ୍ରାର୍ଥୀ କରାଯାଇଛି। ତାଙ୍କୁ ସମର୍ଥନ କରିବାକୁ ନୀତିଶ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ବିଜେଡିର କାହାକୁ ସମର୍ଥନ ଦେବ ତାହା ଏଯାଏଁ ଜଣାପଡ଼ିନାହିଁ।

ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କିୟା ନାଇଡୁ ଆସନ୍ତା ୯ ତାରିଖରେ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଘୋଷଣା କରିସାରିଛନ୍ତି। ପିକେ କୁରିଏନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ରାଜ୍ୟସଭା ଉପାଧ୍ୟକ୍ଷ ପଦବୀ ଖାଲିପଡ଼ିଥିଲା।

Comment