ଓଡ଼ିଶାଲାଇଭ୍‌ ବ୍ୟୁରୋ

୭୨ତମ ସ୍ୱାଧୀନତା ଦିବସ ପାଳନ କରିବାକୁ ଯାଉଛି ସାରା ଦେଶ। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଦେଶ। ତେବେ ଓଡ଼ିଶାରେ କେଉଁ ମନ୍ତ୍ରୀ ଅଫିସର କେଉଁ ଜାଗାରେ ପତାକା ଉତ୍ତୋଳନ କରିବେ ସେନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ କଟକରେ ଅର୍ଥମନ୍ତ୍ରୀ ଶଶୀଭୂଷଣ ବେହେରା ପତାକା ଉତ୍ତୋଳନ କରିବେ।

ପୁରୀରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବାଲେଶ୍ୱରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମୟୂରଭଞ୍ଜରେ କୃଷି ଓ ପଶୁସମ୍ପଦ ମନ୍ତ୍ରୀ ପ୍ରଦୀପ ମହାରଥୀ, ବରଗଡ଼ରେ ଯୋଜନା ଓ ସମନ୍ୱୟ ମନ୍ତ୍ରୀ ଉଷା ଦେବୀ, ଯାଜପୁରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର, ରାୟଗଡ଼ାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ସୁର୍ଯ୍ୟନାରାୟଣ ପାତ୍ର, କଳାହାଣ୍ଡିରେ ଜଳସମ୍ପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀ, କନ୍ଧମାଳରେ ମହିଳା ସଶକ୍ତିକରଣ ଓ କ୍ଷୁଦ୍ର ଶିଳ୍ପ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ପତାକା ଉତ୍ତୋଳନ କରିବେ।

ସେହିପରି ଗଞ୍ଜାମରେ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ଅନୁଗୁଳରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ପ୍ରତାପ ଜେନା, ବଲାଙ୍ଗିରରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବୌଦ୍ଧରେ ଅନୁସୂଚିତ ଜନଜାତି ବିକାଶ ମନ୍ତ୍ରୀ ରମେଶ ଚନ୍ଦ୍ର ମାଝି, ଦେବଗଡ଼ରେ ହସ୍ତଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ସମ୍ବଲପୁରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ଚରଣ ସାହୁ, ସୁନ୍ଦରଗଡ଼ରେ ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂ, କେନ୍ଦୁଝରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅନନ୍ତ ନାରାୟଣ ଜେନା ପତାକା ଉତ୍ତୋଳନ କରିବେ।

ମାଲକାନଗିରିରେ କ୍ରୀଡ଼ା ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା, ଢେଙ୍କାନାଳରେ ବୋର୍ଡ ଅଫ୍ ରେଭେନ୍ୟୁର ସଦସ୍ୟ ପତାକା ଉତ୍ତୋଳନ କରିବେ। ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆର୍‌ଡିସି ପତାକା ଉତ୍ତୋଳନ କରିବେ।

ଗଜପତି, ଭଦ୍ରକ, ଜଗତସିଂହପୁର, ନୟାଗଡ଼, ସୁବର୍ଣ୍ଣପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର ଆଦି ଜିଲ୍ଲାରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।

Comment