ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସମ୍ଭାବନା। ଏଥିପାଇଁ ସତର୍କ ରହିବାକୁ ୧୩ଟି ଜିଲ୍ଲାକୁ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।
୧୩ଟି ଜିଲ୍ଲା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ ଓ ମୟୂରଭଞ୍ଜ ରହିଛି।
ଘଡ଼ିଘଡ଼ି ସହ ବଜ୍ରପାତ ଆଶଙ୍କା ଥିବାରୁ ଏହି ଜିଲ୍ଲାବାସୀମାନଙ୍କୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
















