ଓଡ଼ିଶାଲାଇଭ୍‌ ବ୍ୟୁରୋ

ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।

ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେଣୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏନେଇ ମଙ୍ଗଳବାର ସଚିବାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ଵାଧୀନତା ଦିବସ ପାଳନ ସ୍ଥଳରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ପରେଡରେ ଅଂଶଗ୍ରହଣ କରୁଥିବା ଛାତ୍ରୀଛାତ୍ରମାନେ ଯେପରି କୌଣସି ଅନୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ସ୍ଵତନ୍ତ୍ର ରିଲିଫ କମିଶନର, ବରିଷ୍ଠ ପୋଲିସ ଅଧିକାରୀମାନେ, ଭୁବନେଶ୍ୱର ମହାନଗର କମିଶନର ଏବଂ ପାଣିପାଗ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।

Comment