ଓଡ଼ିଶାଲାଇଭ୍‌ ବ୍ୟୁରୋ

ମୟୂରଭଞ୍ଜ: ବାରିପଦା ପୋଲିସ ପଡ଼ିଆଠାରେ ଜିଲ୍ଲାସ୍ତରୀୟ ୭୨ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ଗୋ ସଂପଦ ବିକାଶ ମନ୍ତ୍ରୀ ପ୍ରଦୀପ ମହାରଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ପରେଡରେ ପୋଲିସ ଏବଂ ପାରା ମିଲିଟାରୀ ଫୋର୍ସର କର୍ମଚାରୀମାନେ ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ପ୍ରଦୀପ ମହାରଥୀ ଦେଶକୁ ସ୍ୱାଧୀନ କରିବାରେ ଯେଉଁ ମହାପରୁଷମାନେ ଜୀବନକୁ ଉତ୍ସର୍ଗ କରିଥିଲେ ସେମାନଙ୍କୁ ସ୍ମରଣ କରିଥିଲେ।

ଏହି ଅବସରରେ ସେ ରାଜ୍ୟ ସରକାରଙ୍କସୟ ଜନହିତକର ଯୋଜନା ଏବଂ ବିଶେଷକରି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ସଂପର୍କରେ ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here