ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ଘୁର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ଓଡ଼ିଶାରେ ୩ ଦିନ ଧରି ଲଗାଣ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ୧୧ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପୁରୀ, କଟକ, ଜଗତସିଂହପୁର, ଖୋର୍ଦ୍ଧା, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ ଆଦି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବ।

୧୯ ଓ ୨୦ ତାରିଖରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଗଭୀର ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବିମାନଙ୍କୁ ବାରଣ କରାଯାଇଛି। ୨୦ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here