ଓଡ଼ିଶାଲାଇଭ୍‌ ବ୍ୟୁରୋ

  • ଭୁବନେଶ୍ୱର ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବ
  • ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ ଉପ-ରାଷ୍ଟ୍ରପତି
  • ୨୩ ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ
  • ଉପ-ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
  • ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ

ଅଗଷ୍ଟ ୨୫ରେ ଭୁବନେଶ୍ୱର ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବ। ଏହି ଉତ୍ସବରେ ଯୋଗ ଦେବେ ଉପ-ରାଷ୍ଟ୍ରପତି ଭେଙ୍କିଆ ନାଇଡୁ। ଉପ-ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

“ଉପ-ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆଜି ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରାଯାଇଥିଲା। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଭୁବନେଶ୍ୱରରେ ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ”, କହିଛନ୍ତି ପୋଲିସ କମିଶନର ସତ୍ୟଜିତ ମହାନ୍ତି।

ଉପ-ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଏମ୍‌ସ ଅଭିମୁଖେ ଯାତ୍ରା କରିବେ। ବିମାନବନ୍ଦର-ରାଜଭବନ-ଏମ୍‌ସ ରାସ୍ତାରେ ୨୫ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ।

ଏମ୍‌ସ ସମାବର୍ତ୍ତନ ଉତ୍ସବରେ ୨୩ ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ, ୫୦ ଏମ୍‌ବିବିଏସ୍ ଛାତ୍ରଛାତ୍ରୀ ଏବଂ ୫୬ ବିଏସ୍‌ସି ନର୍ସିଂ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ।

Comment