ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ସାରା ରାଜ୍ୟରେ ଶନିବାର ଦିନଠାରୁ ପ୍ରବଳ ବର୍ଷିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବିଶେଷଭାବେ ପଶ୍ଚିମ, ଆଭ୍ୟନ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ରାୟଗଡ଼ା, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ନୂଆପଡ଼ା ଓ କଳାହାଣ୍ଡି ରହିଛି।
ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ଉପରମୁଣ୍ଡରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

















