ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶା ଉପକୂଳର ଉତ୍ତରପଶ୍ଚିମ ଦିଗରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏହାର ଆଖପାଖରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆସନ୍ତା ୨୮ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଝଡ଼ତୋଫାନ, ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲା ଗୁଡ଼ିକ ହେଲା- ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଦେବଗଡ଼, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ।

ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

Comment