ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବବାନୁମାନ କରିଛି।

ରାଜ୍ୟରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷା ଓ ଝଡ଼ତୋଫାନ ସମ୍ଭାବନା ଥିବାରୁ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସମୁଦ୍ର ପତ୍ତନଠାରୁ ୩.୬ କିମି ଏବଂ ୪.୫ କିଲୋମିଟର ମଧ୍ୟରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତକାଲିଠାରୁ ଦୁଇଦିନ ଧରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ରହିଛି।

Comment