ଓଡ଼ିଶାଲାଇଭ୍ ବ୍ୟୁରୋ

  • ଘନୀଭୂତ ହେଉଛି ଲଘୁଚାପ
  • ବାହାରକୁ ନ ଯିବା ପାଇଁ ପରାମର୍ଶ
  • ୨୧ଟି ଜିଲ୍ଲାକୁ ସତର୍କ ସୂଚନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଲଘୁଚାପ କ୍ରମେ ଘନୀଭୂତ ହେଉଛି। ଫଳରେ ଓଡ଼ିଶାର ୨୧ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୨୧ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି।

ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଦେବଗଡ଼, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ସାଙ୍ଗକୁ ପବନ ହେବାର ସମ୍ଭାବନା ଥିବାରୁ ବାହାରକୁ ନବାହାରିବା ପାଇଁ ପାଣିପାଗ ବିଭାଗ କହିଛି।

ଏପଟେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଥିବାରୁ ବିଭିନ୍ନ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି।

 

Comment