ଓଡ଼ିଶାଲାଇଭ୍ ବ୍ୟୁରୋ
ପୁଣିଥରେ ହେବ ଲଘୁଚାପ। ଆଜିଠୁ ଚାରି ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ପୁଣିଥରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣିବଳୟ ସୃଷ୍ଟି ହୋଇଛି। ଏହାଫଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।
ଆଜିଠୁ ୪ ଦିନ ଧରି ଖୁବ୍ ବର୍ଷା ହେବ। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ତେବେ ୨୧ ତାରିଖରୁ ଲଘୁଚାପ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅଭିମୁଖେ ଗତି କରିବ ବୋଲି କହିଛି ପାଣିପାଗ ବିଭାଗ।
ଏହାଛଡ଼ା ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ମଧ୍ୟ ଏକ ଘୂର୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ମୟୂରଭଞ୍ଜ ସମେତ ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହାସହ ୨୦ ଓ ୨୧ ତାରିଖ ଦୁଇଦିନ ଧରି ଉପକୂଳ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, ମାଲକାନଗିରି, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବାଲେଶ୍ୱର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରି କହିଛି ପାଣିପାଗ ବିଭାଗ।