ଓଡ଼ିଶାଲାଇଭ୍ ବ୍ୟୁରୋ

ପୁଣିଥରେ ହେଲା ଲଘୁଚାପ। ଆଜିଠୁ ଦୁଇ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମିଆଁମାର ଅଞ୍ଚଳରେ ପୁଣିଥରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପାଣିପାଗ ବିଭାଗ।

ଯାହାଫଳରେ ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସାଙ୍ଗକୁ ପବନ ବହିବ। ଏହାଛଡ଼ା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ୨-୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବ।

ସେହିପରି ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି ଏବଂ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ। ୨୨ ତାରିଖରେ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି କହିଛନ୍ତି, ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ସୁରେନ୍ଦ୍ର ନାଥ’। ଲଘୁଚାପ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।

Comment