ଓଡ଼ିଶାଲାଇଭ୍‌ ବ୍ୟୁରୋ

  • ଭୁବନେଶ୍ୱର ଝରଣାବସ୍ତିରୁ ଶୁଭାରମ୍ଭ ହେଲା ପଦଯାତ୍ରା
  • ନଭେମ୍ବର ୧୧ ଯାଏଁ ଚାଲିବ ପଦଯାତ୍ରା
  • ରାଜ୍ୟ ସରକାରଙ୍କ ଯୋଜନା ବିଷୟରେ ସଚେତନ କରିବାକୁ ଏହି ପଦଯାତ୍ରା

ଗାନ୍ଧି ଜୟନ୍ତୀରୁ ବିଜେଡି ଆରମ୍ଭ କରିଛି ପଦଯାତ୍ରା। ଭୁବନେଶ୍ୱର ଝରଣା ବସ୍ତିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ପଦଯାତ୍ରା ଚାଲିବ। ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଏହି ପଦଯାତ୍ରା ଆୟୋଜନ କରାଯିବ।

ପସଯାତ୍ରା ସମୟରେ ବିଜେଡି ନେତା ଓ କର୍ମୀ ରାଜ୍ୟ ସରକାରଙ୍କ ସଫଳ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରିବେ।

ଆମ ଗାଁ ଆମ ବିକାଶ, ଆମ ସହର ଆମ ଉନ୍ନତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବେ।

“ରାଜ୍ୟ ସରକାର ଓଡ଼ିଶାର ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଯୋଜନା ପ୍ରଣୟନ କରିଛନ୍ତି। ଗରିବ ଲୋକଙ୍କ ପାଇଁ ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା କରିଛନ୍ତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ସରକାର ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବେ”, କହିଛନ୍ତି ନବୀନ ପଟ୍ଟନାୟକ।

ପ୍ରତି ବର୍ଷ ଗାନ୍ଧି ଜୟନ୍ତୀରୁ ଜୟ ପ୍ରକାଶ ନାରାୟଣ ଜୟନ୍ତୀଙ୍କ ପର୍ଯ୍ୟନ୍ତ ବିଜେଡି ପଦଯାତ୍ରା କରି ଆସୁଛି। ଗତବର୍ଷ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ମହିଷାଖାଲ ବସ୍ତିରୁ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ କରିଥିଲେ।

ପଦଯାତ୍ରା ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ବିଜୟ ମହାନ୍ତି, ପ୍ରିୟଦର୍ଶି ମିଶ୍ର, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Comment