ଓଡ଼ିଶାଲାଇଭ୍‌ ବ୍ୟୁରୋ

ନବରଙ୍ଗପୁର: ନବରଙ୍ଗପୁର ମିଶନ ଶକ୍ତି ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ବିଶ୍ୱ ବଧିର ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ବଧିର ମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରହିଥିବା ସରକାରଙ୍କ ବିଭିନ୍ନ ଯୋଜନା ଓ ସୁବିଧା ସୁଯୋଗ ସମ୍ପର୍କରେ ଜିଲ୍ଲାପାଳ ଆଲୋକପାତ କରିଥିଲେ।

ଜିଲ୍ଲାରେ ୬୪୬୪ ଜଣ ବଧିର ରହିଥିବା ବେଳେ ସେଥି ମଧ୍ୟରୁ ୪୬୦୮  ଜଣଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇଥିବା ଜିଲ୍ଲାପାଳ କହିଥିଲେ। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଅଧିକାରୀ ନାରାୟଣ ବେହେରା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ହୋଇଥିଲା।

କୃତି ପ୍ରତିଯୋଗୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହା ସହିତ ୨୦ଜଣ ଶ୍ରବଣ ବାଧିତଙ୍କୁ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ ପକ୍ଷରୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସିଡିଏମଓ ସରୋଜ କୁମାର ନାୟକ, ଜଗନ୍ନାଥ ବେହେରା, ସୁଜିତ ରଥ ପ୍ରମୁଖ ଉପସ୍ଥିତ ଥିଲେ।

Comment