ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ସ୍ଥିତ ଭିଲାଇ ଷ୍ଟିଲ୍‌ ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ ଜଣକର ମୃତ୍ୟୁ ହୋଇଥିବାବେଳେ ୧୪ରୁ ଅଧିକ ଲୋକେ ଗୁରୁତର ଆହତ ହୋଇଛନ୍ତି।

ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଥିବା ଭିଲାଇ ଷ୍ଟିଲ୍‌ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗ୍ୟାସ୍‌ ପାଇପ ଲାଇନ୍ ଫାଟି ଯିବାରୁ ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୪ରୁ ଅଧିକ ଲୋକେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ପୋଲିସ କହିବାନୁସାରେ, “ମଙ୍ଗଳବାର ସକାଳେ ଏହି ଅଘଟଣ ଘଟିଥିଲା।“ ପୋଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ଉଦ୍ଧାର କରୁଛନ୍ତି।

Comment