ଓଡ଼ିଶାଲାଇଭ୍ ବ୍ୟୁରୋ

୧୫ଟି ଜିଲ୍ଲାକୁ ସର୍ତକ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ବାତ୍ୟା ତିତଲି ପ୍ରଭାବରେ ଗୁରୁବାରଠାରୁ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ରାଜଧାନୀର ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ଏହାଛଡ଼ା କଟକରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ସହରର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଛି।

ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଝଡ଼ ତୋଫାନକୁ ନେଇ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷକରି ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟରେ ଘରୁ ନବାହାରିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ଏହାସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମଧ୍ୟ ଆଲର୍ଟ କରାଯାଇଛି।

Comment