ଓଡ଼ିଶାଲାଇଭ୍ ବ୍ୟୁରୋ

ଗୁରୁବାରଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨୪ ଘଣ୍ଟା ବର୍ଷିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ।

ତିତଲି ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ଲାଗି ରହିଛି। ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାଛଡ଼ା ଶନିବାର ପରେ ପାଗ ପରବର୍ତ୍ତନ ହେବ ବୋଲି ମଧ୍ୟ କହିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷକରି ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି ଅନୁଗୁଳ ସମ୍ବଲପୁର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅନ୍ୟପଟେ ତିତଲି ପ୍ରଭାବରେ ଆନ୍ଧ୍ରପ୍ରଦେଶରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୁରୁବାର ସକାଳରୁ ଆରମ୍ଭ ହୋଇଛି ପ୍ରବଳ ବର୍ଷା। ପ୍ରବଳ ବର୍ଷା ଯୋଗୁଁ ଆନ୍ଧ୍ର ଓଡ଼ିଶା ସୀମାନ୍ତ ଇଛାପୁରମର ରାଜରାସ୍ତା ଉପରେ ପ୍ରାୟ ୬ରୁ ୭ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି।

ଏହାଛଡ଼ା ରାସ୍ତାର ଉଭୟ ପାଖରେ ଶହ ଶହ ଗାଡ଼ି ମଧ୍ୟ ଅଟକି ରହିଛି। ଓଡ୍ରାଫ୍ ଟିମ ଘଟଣାସ୍ଥଳରେ ପହଞ୍ଚି ବୋଟ ସାହାଯ୍ୟରେ ଲୋକଙ୍କୁ ଉଦ୍ଧାର କରୁଛନ୍ତି।

Comment