ଓଡ଼ିଶାଲାଇଭ ବ୍ୟୁରୋ 

ମଙ୍ଗଳବାର ବାଲେଶ୍ୱର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଏପରି ଘଟଣା ବାଲେଶ୍ୱର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଛଅ ପୋଲିଆଠାରେ ଭୋର ୩ଟା ସମୟରେ ଘଟିଛି।

ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବରଣ କରିଥିବା ଡ୍ରାଇଭର ହେଲେ ଜଳେଶ୍ୱରର ରତିକାନ୍ତ ଦାସ। ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଗୁରୁତର ବ୍ୟକ୍ତି ଜଣକ ହେଲେ ରାଜସ୍ଥାନ ଜୟପୁର ଅନୁରୀର ସେକ ସଜାତ।

ଆହତ ଓ ମୃତକଙ୍କୁ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପୋଲିସ ଘଟଣାସ୍ଥଳ ପହଞ୍ଚି ମୃତକଙ୍କର ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଥିଲେ।

LEAVE A REPLY

Please enter your comment!
Please enter your name here