ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶାଖାପାଟଣାରେ ଘଟିଛି ଏକ ଅଭାବନୀୟ ଘଟଣା। ମଙ୍ଗଳବାର ଅପରାହ୍ଣରେ କାକିନାଡ଼ା- ବିଶାଖାପାଟଣା ରାସ୍ତାର ଚେବ୍ରଲୁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଟାଟା ମ୍ୟାଜିକ୍‌କୁ ପଛ ପଟୁ ଏକ ଟିପ୍ପର ଆସି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଗୋଟିଏ ପରିବାରର ୮ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି।

ଅପରପକ୍ଷରେ ୮ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାସ୍ଥଳ ପହଞ୍ଚି ତଦନ୍ତ ଆରମ୍ଭ କରି ଦେଇଛି।

Comment